Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ତଗୋଳ ହୁଏ;

Gade chapit la Kopi

ଓଡିଆ ବାଇବେଲ

20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କାରଣ ମୋର ଭୟ ହେଉଛି, ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇ ତୁମ୍ଭମାନଙ୍କ ଯେପରି ଦେଖିବାକୁ ଇଚ୍ଛା କରୁଛି, ସେପରି ଦେଖିବାକୁ ପାଇବି ନାହିଁ ଏବଂ ତୁମ୍ଭେମାନେ ମୋର ଯେଉଁ ରୂପ ଦେଖିବାକୁ ଇଚ୍ଛା କରୁ ନାହଁ, ହୁଏତ ତାହା ଦେଖିବାକୁ ପାଇବ। ହୁଏତ ସେଠାକୁ ଯାଇ ମୁଁ ନାନା ପ୍ରକାର ବିବାଦ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ଅପବାଦ, ଗର୍ବ ଓ ବିଶୃଙ୍ଖଳା ଦେଖିବକେୁ ପାଇବି।

Gade chapit la Kopi

ପବିତ୍ର ବାଇବଲ

20 ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।

Gade chapit la Kopi




୨ କରିନ୍ଥୀୟ 12:20
34 Referans Kwoze  

ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।


କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।


ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।


ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;


ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।


ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;


କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।


କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର।


ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ,


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?


ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି।


ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।


Swiv nou:

Piblisite


Piblisite