Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋତେ ପ୍ରହାର କରିବା ପାଇଁ ମୋହର ଶରୀରରେ ଶୟତାନର ଦୂତ ସ୍ଵରୂପ ଗୋଟିଏ କଣ୍ଟକ ଦିଆଗଲା, ହଁ, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ତାହା ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଏହି ଅନନ୍ୟ ସାଧାରଣ ପ୍ରତ୍ୟାଦେଶ ଲାଭ କରି ମୁଁ ଯେପରି ଅହଂକାରୀ ହୋଇ ନ ପଡ଼େ, ଏଥିପାଇଁ ମୋ’ ଶରୀରରେ ଏକ ଯନ୍ତ୍ରଣାଦାୟକ ବ୍ୟାଧି ଦିଅ।।ଯାଇଛି, ଏହା ମୋତେ ଗର୍ବିତ ନ ହେବା ପାଇଁ ଶୟତାନର ଦୂତ ଭଳି କାର୍ଯ୍ୟ କରିଥାଏ।

Gade chapit la Kopi

ପବିତ୍ର ବାଇବଲ

7 ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।

Gade chapit la Kopi




୨ କରିନ୍ଥୀୟ 12:7
25 Referans Kwoze  

ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।


ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”


କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।


ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।


ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।


ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,


ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।


ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ


ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।


ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,


ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”


ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,


ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”


ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।


ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।


Swiv nou:

Piblisite


Piblisite