Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ଵରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ଵରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।

Gade chapit la Kopi

ଓଡିଆ ବାଇବେଲ

4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି । କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ୱରଙ୍କ ଶକ୍ତି ହେତୁ ସେ ଜୀବିତ । ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ୱରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।

Gade chapit la Kopi

ପବିତ୍ର ବାଇବଲ

4 ଏହା ସତ୍ୟ ଯେ, ଯେତେବେଳେ ଖ୍ରୀଷ୍ଟ କ୍ରୁଶ ଉପରେ ଚଢ଼ିଲେ ସେତେବେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ୱରଙ୍କ ମହାଶକ୍ତିରେ ସେ ଜୀବିତ। ଆମ୍ଭେ ମଧ୍ୟ ଖ୍ରୀଷ୍ଟଙ୍କଠାରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ୱରଙ୍କ ଶକ୍ତିରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ୟ ଜୀବିତ ହୋଇ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।

Gade chapit la Kopi




୨ କରିନ୍ଥୀୟ 13:4
26 Referans Kwoze  

ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ;


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;


ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।


କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”


କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ


ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।


ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।


ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।


ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।


ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।


ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।


Swiv nou:

Piblisite


Piblisite