Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେମାନେ ବିଶ୍ଵାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ଵା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତୁମେ ବିଶ୍ୱାସରେ ଦୃଢ଼ ଅଛ କି ନାହିଁ ଆତ୍ମପରୀକ୍ଷା କରି ଦେଖ। ତୁମ ଅନ୍ତରରେ ଖ୍ରୀଷ୍ଟ ବାସ କରୁଛନ୍ତି, ଏ କଥା କ’ଣ ଜାଣ ନାହିଁ-ନା, ଏଥିରେ ତୁମ୍ଭେମାନେ ଏକାବେଳକେ ବିଫଳ ହୋଇଛ?

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।

Gade chapit la Kopi




୨ କରିନ୍ଥୀୟ 13:5
50 Referans Kwoze  

ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।


କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।


ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।


ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;


କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।


ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।


କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।


ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।


ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।


ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?


ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।


କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।


ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।


କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।


ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,


ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।


କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”


Swiv nou:

Piblisite


Piblisite