Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ।

Gade chapit la Kopi

ଓଡିଆ ବାଇବେଲ

8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସତ୍ୟର ବିରୁଦ୍ଧାଚରଣ କରିବାର କ୍ଷମତା ଆମର ନାହଁ, ଆମେ କେବଳ ସତ୍ୟର ସପକ୍ଷରେ କାର୍ଯ୍ୟ କରିପାରୁ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା।

Gade chapit la Kopi




୨ କରିନ୍ଥୀୟ 13:8
20 Referans Kwoze  

ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ;


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।


ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।


ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”


ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ।


ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।


Swiv nou:

Piblisite


Piblisite