Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଈଶ୍ୱରଙ୍କର ଧନ୍ୟବାଦ ହେଉ। କାରଣ ସେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଦା ଆମ୍ଭମାନଙ୍କୁ ବିଜୟ ପଥର ଆଗେଇ ନିଅନ୍ତୁ। ପୁଣି ସୁଗନ୍ଧ ଜ୍ଞାନ ଅନ୍ୟମାନଙ୍କୁ ଦେବା ପାଇଁ ଈଶ୍ୱର ଆମକୁ ବ୍ୟବହାର କରିଥାନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।

Gade chapit la Kopi




୨ କରିନ୍ଥୀୟ 2:14
27 Referans Kwoze  

ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।


ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।


ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ?


ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।


ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।


କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,


କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।


କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।


ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।


ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


Swiv nou:

Piblisite


Piblisite