Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ଵରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ଵରୂପ,

Gade chapit la Kopi

ଓଡିଆ ବାଇବେଲ

15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,.

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କାରଣ ଯେଉଁମାନେ ପରିତ୍ରାଣ ପାଇଛନ୍ତି ଓ ଯେଉଁମାନେ ଧ୍ୱଂସ ପଥକ, ଉଭୟଙ୍କ ନିକଟରେ ଆମେ ହେଉଛୁ, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନିବେଦିତ ଖ୍ରୀଷ୍ଟଙ୍କ ସୁଗନ୍ଧ ଧୂପ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

15 ଆମ୍ଭର ଉତ୍ସର୍ଗ ବଳି ପରମେଶ୍ୱରଙ୍କ ପାଇଁ ହେଉଛି ଏହା: ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାନ୍ତି, ସେମାନଙ୍କ ପାଇଁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।

Gade chapit la Kopi




୨ କରିନ୍ଥୀୟ 2:15
12 Referans Kwoze  

ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।


ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।


ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।


ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।


ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


Swiv nou:

Piblisite


Piblisite