Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଆମେ କହିପାରୁ, ଅତୀତରେ ଯାହା ଗୌରବଯୁକ୍ତ ଥିଲା, ଉଜ୍ଜ୍ୱଳତର ଏକ ମହିମାର ଆବିର୍ଭାବ ହେତୁ ଏବେ ତାହା ମଳିନ ପଡ଼ି ଯାଇଛି।

Gade chapit la Kopi

ପବିତ୍ର ବାଇବଲ

10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ।

Gade chapit la Kopi




୨ କରିନ୍ଥୀୟ 3:10
11 Referans Kwoze  

ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।


‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;


କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।


କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।


Swiv nou:

Piblisite


Piblisite