Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଆମେ ନିଗକୁ ପ୍ରଚାର କରୁ ନାହୁଁ, କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଏବଂ ଯୀଶୁଙ୍କୁ ପାଇଁ ନିଜ ନିଜକୁ ତୁମର ସେବକ ବୋଲି ପ୍ରଚାର କର,

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ।

Gade chapit la Kopi




୨ କରିନ୍ଥୀୟ 4:5
39 Referans Kwoze  

ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।


ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।


ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।


କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।


ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।


Swiv nou:

Piblisite


Piblisite