Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;

Gade chapit la Kopi

ଓଡିଆ ବାଇବେଲ

8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଆମେ ସବୁ ପ୍ରକାର କ୍ଳେଶ ଭୋଗ କରିଛୁ, କିନ୍ତୁ ଭାଙ୍ଗିପଡ଼ି ନାହୁଁ। ସମୟେ ସମୟେ ବିଚଳିତ ହୋଇ ପଡ଼ିଛୁ କିନ୍ତୁ ହତାଶ ହୋଇ ନାହୁଁ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ।

Gade chapit la Kopi




୨ କରିନ୍ଥୀୟ 4:8
26 Referans Kwoze  

ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।


କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।


ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।


ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।


କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।


ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହିପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି।


Swiv nou:

Piblisite


Piblisite