Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

18 କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଏସବୁ ଈଶ୍ୱରଙ୍କ କାର୍ଯ୍ୟ। ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆମକୁ ତାଙ୍କ ସହିତ ପୁନର୍ମିଳିତ କରିଛନ୍ତି ଏବଂ ତାଙ୍କ ସହିତ ଅନ୍ୟମାନଙ୍କର ପୁନର୍ମିଳନ କରାଇବା ପାଇଁ ସେ ଆମକୁ ଦାୟିତ୍ୱ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି।

Gade chapit la Kopi




୨ କରିନ୍ଥୀୟ 5:18
29 Referans Kwoze  

ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;


“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।


ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।


ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇ ଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।


ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।


ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।


କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;


Swiv nou:

Piblisite


Piblisite