Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ),

Gade chapit la Kopi

ଓଡିଆ ବାଇବେଲ

7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି।

Gade chapit la Kopi




୨ କରିନ୍ଥୀୟ 5:7
10 Referans Kwoze  

ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


Swiv nou:

Piblisite


Piblisite