Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।

Gade chapit la Kopi

ଓଡିଆ ବାଇବେଲ

8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତେଣୁ ଆମେ ସାହସିକ, ପୁଣି ଏହି ଶରୀର ପରିତ୍ୟାଗ କରି ପ୍ରଭୁଙ୍କ ସହିତ ବାସ କରିବା ପାଇଁ ଆମେ ଅଧିକ ଉତ୍ସୁକ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ।

Gade chapit la Kopi




୨ କରିନ୍ଥୀୟ 5:8
22 Referans Kwoze  

ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”


Swiv nou:

Piblisite


Piblisite