Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ଵା ଅବିଶ୍ଵାସୀ ସହିତ ବିଶ୍ଵାସୀର କି ଅଂଶ?

Gade chapit la Kopi

ଓଡିଆ ବାଇବେଲ

15 ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଖ୍ରୀଷ୍ଟ ଓ ଶୟତାନ କରିପରି ଏକମତ ହେବେ? ବିଶ୍ୱାସୀ ସହିତ ଅବିଶ୍ୱାସୀ କେଉଁ ବିଷୟରେ ଏକମତ ହୋଇପାରିବ?

Gade chapit la Kopi

ପବିତ୍ର ବାଇବଲ

15 ଯୀଶୁ ଖ୍ରୀଷ୍ଟ ଓ ବିଲିୟାର୍ ଭିତରେ ଚୁକ୍ତି ହୋଇପାରେ କି? ଜଣେ ବିଶ୍ୱାସୀ ଓ ଜଣେ ଅବିଶ୍ୱାସୀଙ୍କ ଭିତରେ କ’ଣ କିଛି ମେଳ ହୋଇପାରେ?

Gade chapit la Kopi




୨ କରିନ୍ଥୀୟ 6:15
14 Referans Kwoze  

ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।


ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ!


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


Swiv nou:

Piblisite


Piblisite