Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଆମ୍ଭମାନଙ୍କ ସାନ୍ତ୍ଵନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ଵାରା ସଞ୍ଜୀବିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେଥିପାଇଁ ଆମେ କେଡ଼େ ଉତ୍ସାହିତ, ତାହା ଜଣାଇ ଦେବାକୁ ମୁଁ ସେହି ଚିଠି ଲେଖିଛି। ଆମେ କେବଳ ଉତ୍ସାହିତ ହୋଇ ନାହୁଁ। ତୁମ୍ଭେମାନେ ତିତସଙ୍କୁ ସବୁ ପ୍ରକାରେ ସାହାଯ୍ୟ କରି ଯେପରି ଭାବରେ ଉତ୍ସାହିତ କରିଛ, ତାହା ଆମକୁ ବହୁତ ଆନନ୍ଦ ଦେଇଛି।

Gade chapit la Kopi

ପବିତ୍ର ବାଇବଲ

13 ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ। ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ।

Gade chapit la Kopi




୨ କରିନ୍ଥୀୟ 7:13
16 Referans Kwoze  

ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।


ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।


ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,


ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।


ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।


Swiv nou:

Piblisite


Piblisite