Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।

Gade chapit la Kopi

ଓଡିଆ ବାଇବେଲ

15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭେମାନେ ସମସ୍ତେ ଯେପରି ଭାବର ତାଙ୍କର ବାଧ୍ୟ ଥିଲ ଏବଂ ଭୟ ଓ କମ୍ପିତ ହୃଦୟରେ ତାଙ୍କୁ ସ୍ୱାଗତ ଜଣାଇଥିଲ, ଏ କଥା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କର ପ୍ରେମ ଆହୁରି ବୃଦ୍ଧି ପାଉଛି।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା।

Gade chapit la Kopi




୨ କରିନ୍ଥୀୟ 7:15
23 Referans Kwoze  

ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।


କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?


ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;


ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।


ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।


ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।


ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।


ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।


ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;


ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ।” ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନ ହେଉ କି ତୁମ୍ଭର ନ ହେଉ; ତାକୁ ଦୁଇ ଖଣ୍ଡ କର।”


ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।


ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;


Swiv nou:

Piblisite


Piblisite