Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ,

Gade chapit la Kopi

ଓଡିଆ ବାଇବେଲ

6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଅବହେଳିତମାନଙ୍କୁ ସାନ୍ତ୍ୱନା ଦେଇଥିବା ଈଶ୍ୱର ତିତମଙ୍କୁ ପଠାଇ ଆମକୁ ଉତ୍ସାହ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ।

Gade chapit la Kopi




୨ କରିନ୍ଥୀୟ 7:6
20 Referans Kwoze  

ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।


ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,


ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,


ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”


ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,


ଆଉ, କେବଳ ତାହାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍‌ଯୋଗ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


Swiv nou:

Piblisite


Piblisite