Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ଵାରା ସାଧିତ ଏହି ଅନୁଗ୍ରହକାର୍ଯ୍ୟ ସମ୍ଵନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ତଳୀସମୂହ ଦ୍ଵାରା ନିଯୁକ୍ତ ହୋଇଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 କେବଳ ସେତିକି ନୁହେଁ, ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଶୁଭେଚ୍ଛା ପ୍ରକାଶ କରିବା ପାଇଁ ଯେଉଁ ଅନୁଗ୍ରହର କାର୍ଯ୍ୟ ଆମେ ଗ୍ରହଣ କରିଛୁ, ସେଥିରେ ଆମର ସହଯାତ୍ରୀ ହେବା ପାଇଁ ବିଭିନ୍ନ ମଣ୍ଡଳୀ ତାଙ୍କୁ ମନୋନୀତ କରିଛି।

Gade chapit la Kopi

ପବିତ୍ର ବାଇବଲ

19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।

Gade chapit la Kopi




୨ କରିନ୍ଥୀୟ 8:19
20 Referans Kwoze  

ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,


ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।


ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।


କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।


ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ;


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।


Swiv nou:

Piblisite


Piblisite