Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛା ଦ୍ଵାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନଙ୍କଠାରୁ ଆମେ ଏତେ ଆଶା କରି ନ ଥିଲୁ। ପ୍ରଥମେ ସେମାନେ ନିଜ ନିଜକୁ ଆମ୍ଭମାନଙ୍କ ଉଦ୍ଦେଶରେ ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।

Gade chapit la Kopi




୨ କରିନ୍ଥୀୟ 8:5
15 Referans Kwoze  

ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ହେ ଭାଇମାନେ, ମାକିଦନିଆର ମଣ୍ଡଳୀ-ସମୂହ ମଧ୍ୟରେ ଈଶ୍ବରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।


ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,


Swiv nou:

Piblisite


Piblisite