Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।

Gade chapit la Kopi




୨ କରିନ୍ଥୀୟ 8:9
43 Referans Kwoze  

ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?


ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;


ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,


ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।


କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।


ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।


ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ!


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ଯୀଶୁ ଉତ୍ତର ଦେଲେ, “ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି।


ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।


କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”


ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।


ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।


କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


Swiv nou:

Piblisite


Piblisite