Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ଵାରା ଈଶ୍ଵରଙ୍କ ଧନ୍ୟବାଦର କାରଣ ହେବ।

Gade chapit la Kopi

ଓଡିଆ ବାଇବେଲ

11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ୱରଙ୍କ ଧନ୍ୟବାଦର କାରଣ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତୁମ୍ଭେମାନେ ସର୍ବଦା ଯେପରି ଉଦାର ଭାବରେ ଦାନ କରିପାର, ଏଥିପାଇଁ ଈଶ୍ୱର ତୁମ୍ଭମାନଙ୍କୁ ସବୁ ବିଷୟରେ ସମୃଦ୍ଧ କରିବେ ଏବଂ ଆମ୍ଭମାନଙ୍କ ସ୍ୱାରା ତୁମେ ପଠାଇଥିବା ଦାନ ପାଇଁ ଅନେକେ ଈଶ୍ୱରଙ୍କନିକଟରେ କୃତଜ୍ଞ ହୋଇ ଧନ୍ୟବାଦ ଦେବେ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରତ୍ୟେକ ବିଷୟରେ ଧନୀ କରିବେ, ଫଳ ସ୍ୱରୂପ ତୁମ୍ଭେମାନେ ସବୁବେଳେ ଉଦାର ମନରେ ଦାନ ଦେଇ ପାରିବ। ଆମ୍ଭ ମାଧ୍ୟମରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ୱରଙ୍କୁ ଲୋକେ ଧନ୍ୟବାଦ ଦେବେ।

Gade chapit la Kopi




୨ କରିନ୍ଥୀୟ 9:11
15 Referans Kwoze  

ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,


ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।


କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;


ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite