Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ଵନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।

Gade chapit la Kopi

ଓଡିଆ ବାଇବେଲ

2 କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଁ ଜାଣେ, ତୁମ୍ଭେମାନେ ସବୁବେଳେ ସାହାଯ୍ୟ କରିବାକୁ ପ୍ରସ୍ତୁତ ଏବଂ ମାସିଦୋନିଆର ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ପର୍କରେ ମୁଁ ଦର୍ପ କରିଛି। ମୁଁ କହିଥିଲି, “ଆଖାୟାର ଭାଇମାନେ ସାହାଯ୍ୟ କରିବା ପାଇଁ ଗତବର୍ଷରୁ ପ୍ରସ୍ତୁତ ହୋଇ ରହିଛନ୍ତି।” ତୁମ୍ଭମାନଙ୍କର ଆଗ୍ରହ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ଜାଗ୍ରତ କରିଛି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଜାଣେ ଯେ, ତୁମ୍ଭେମାନେ ସାହାଯ୍ୟ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗରେ ଗର୍ବ ସହିତ ମୁଁ କୁହେ ଯେ, ଆଖାୟାର ଲୋକେ ଗତ ବର୍ଷଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହୋଇ ଦାନ ଦେବା ପାଇଁ ପ୍ରସ୍ତୁତ ଅଛନ୍ତି।

Gade chapit la Kopi




୨ କରିନ୍ଥୀୟ 9:2
14 Referans Kwoze  

ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।


ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।


କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;


କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।


Swiv nou:

Piblisite


Piblisite