Biblia Todo Logo
Bib sou entènèt

- Piblisite -




୨ ଯୋହନ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି । ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଜଣେ ବୟୋଜ୍ୟେଷ୍କଙ୍କଠାରୁ- ମନୋନୀତା ଭଦ୍ରମହିଳା ଓ ତାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ମୋର ସ୍ନେହ ଜଣାଉ ଅଛି। କେବଳ ମୁଁ କାହିଁକି, ଯେଉଁମାନେ ସତ୍ୟର ସନ୍ଧାନ ପାଇଛନ୍ତି, ସମସ୍ତେ ତୁମ୍ଭମାନଙ୍କୁ ସ୍ନେହ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ପ୍ରାଚୀନ ଯେ ମୁଁ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି: ମୁଁ ତୁମ୍ଭ ସମସ୍ତଙ୍କୁ ସତ୍ୟରେ ରହି ପ୍ରେମ କରେ। ସତ୍ୟକୁ ଜାଣିଥିବା ସମସ୍ତ ଲୋକମାନେ ମଧ୍ୟ ତୁମ୍ଭକୁ ପ୍ରେମ କରନ୍ତି।

Gade chapit la Kopi




୨ ଯୋହନ 1:1
25 Referans Kwoze  

ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।


ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।


ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”


ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।


ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।


ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।


ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


Swiv nou:

Piblisite


Piblisite