Biblia Todo Logo
Bib sou entènèt

- Piblisite -




୨ ଯୋହନ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏଣୁ ସାବଧାନ ରୁହ- ଆମେ ତୁମ ପାଇଁ ଯାହା କରିଛୁ, ତାହା ସବୁ ନ ହରାଇ ଯେପରି ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ

8 ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।

Gade chapit la Kopi




୨ ଯୋହନ 1:8
20 Referans Kwoze  

ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


ଯେ ଯାହା ନିର୍ମାଣ କରିଅଛି, ତାହାର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;


ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।


କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।


କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;


କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।


କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”


ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।


ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।


ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।


ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।


Swiv nou:

Piblisite


Piblisite