Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ଏଲୀୟ ସେହି ପଚାଶତ୍ପତିକି ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ। ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ଏଲୀୟ ସେହି ପଚାଶପତିକି ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ

10 ଏଲିୟ ସେହି ପଗ୍ଭଶ୍ ଲୋକ ଅଧିନାୟକଙ୍କୁ କହିଲେ, “ଯଦି ମୁଁ ପରମେଶ୍ୱରଙ୍କ ଲୋକ ହୋଇଥାଏ, ତେବେ ସ୍ୱର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।” ତେଣୁ ସ୍ୱର୍ଗରୁ ଅଗ୍ନି ଆସି ଅଧିନାୟକଙ୍କ ସହିତ ତାଙ୍କର ପଗ୍ଭଶ୍ ଲୋକଙ୍କୁ ଦ‌ଗ୍‌ଧିଭୂତ କଲା।

Gade chapit la Kopi




2 ରାଜାବଳୀ 1:10
22 Referans Kwoze  

ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?


ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।


କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।


ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।


ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।


ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।


ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”


ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।


Swiv nou:

Piblisite


Piblisite