Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତା; କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Gade chapit la Kopi

ଓଡିଆ ବାଇବେଲ

18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?

Gade chapit la Kopi

ପବିତ୍ର ବାଇବଲ

18 ଅହସିୟଙ୍କ ଅନ୍ୟ ସମସ୍ତ କାର୍ଯ୍ୟ ଇସ୍ରାଏଲ ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଛି।

Gade chapit la Kopi




2 ରାଜାବଳୀ 1:18
15 Referans Kwoze  

ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?


ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।


ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।


ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।


ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।


ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।


ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।


ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।


ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।


Swiv nou:

Piblisite


Piblisite