Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, ତୁମ୍ଭେମାନେ କିଏ? ସେମାନେ ଉତ୍ତର କଲେ, ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।

Gade chapit la Kopi

ଓଡିଆ ବାଇବେଲ

13 ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”

Gade chapit la Kopi

ପବିତ୍ର ବାଇବଲ

13 ଯେହୂ ଯିହୁଦାର ରାଜା ଅହସିୟଙ୍କ ସମ୍ପର୍କୀୟମାନଙ୍କୁ ଦେଖି ପଗ୍ଭରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଅହସିୟ ରାଜାଙ୍କର ସମ୍ପର୍କୀୟ। ଆମ୍ଭେମାନେ ରାଜାଙ୍କର ସନ୍ତାନମାନଙ୍କର ଓ ରାଣୀଙ୍କର ସନ୍ତାନମାନଙ୍କର ମଙ୍ଗଳ କାମନା କରିବାକୁ ଯାଉଅଛୁ।”

Gade chapit la Kopi




2 ରାଜାବଳୀ 10:13
8 Referans Kwoze  

ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।


ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।


ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।


ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,


ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।


ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।


Swiv nou:

Piblisite


Piblisite