Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ କହିଲେ, ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ। ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି ଯେହୂ କହିଲେ, “ମୋ’ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ

16 ଯେହୂ କହିଲେ, “ମୋ’ ସହିତ ଆସ, ସଦାପ୍ରଭୁଙ୍କ ପ୍ରତି ମୋର କିପରି ଦୃଢ଼ ଆସ୍ଥା ତାହା ଦେଖି ପାରିବ।” ତେଣୁ ସେ ଯେହୂଙ୍କର ରଥରେ ଆରୋହଣ କଲେ।

Gade chapit la Kopi




2 ରାଜାବଳୀ 10:16
13 Referans Kwoze  

ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।


ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।


ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”


ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।


Swiv nou:

Piblisite


Piblisite