Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

11 ଏହି ପ୍ରହରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଦକ୍ଷିଣ ପାର୍ଶ୍ୱରୁ ବାମପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ରାଜାଙ୍କ ଚତୁର୍ପାର୍ଶ୍ୱରେ ହସ୍ତରେ ଅସ୍ତ୍ର ଧରି ଠିଆ ହୋଇ ରହିଲେ।

Gade chapit la Kopi




2 ରାଜାବଳୀ 11:11
9 Referans Kwoze  

ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।


ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।


ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”


ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।


ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;


ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।


ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”


ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।


ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


Swiv nou:

Piblisite


Piblisite