Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ

Gade chapit la Kopi

ଓଡିଆ ବାଇବେଲ

5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଏହା ନିଶ୍ଚୟ କରିବ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ବିଶ୍ରାମ ଦିନରେ ଏହି ପ୍ରାସାଦକୁ ପ୍ରହରା ଦେବାକୁ ନିଶ୍ଚୟ ଆସିବ।

Gade chapit la Kopi




2 ରାଜାବଳୀ 11:5
12 Referans Kwoze  

ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;


ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।


ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।


ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।


ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ।


ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।


ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।


Swiv nou:

Piblisite


Piblisite