Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଯୋୟାଶ୍ ରାଜାଙ୍କର ଅଧିକାରର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନର୍ନିର୍ମାଣ କରି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ମାତ୍ର ଯାଜକମାନେ ଯୋୟାଶ୍ ରାଜତ୍ୱର ତେଇଶ୍ ବର୍ଷ ପର୍ଯ୍ୟନ୍ତ ଗୃହର କ୍ଷତିସ୍ଥାନ ମରାମତି କରି ନ ଥିଲେ।

Gade chapit la Kopi




2 ରାଜାବଳୀ 12:6
9 Referans Kwoze  

ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।


ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”


ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।”


ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।


Swiv nou:

Piblisite


Piblisite