Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ ନ କରିବାକୁ ସମ୍ମତ ହେଲେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ

8 ତେଣୁ ଯାଜକମାନେ ଲୋକମାନଙ୍କଠାରୁ ଟଙ୍କା ନ ନେବାକୁ ସମ୍ମତ ହେଲେ। ଏବଂ ମଧ୍ୟ ମନ୍ଦିର ମରାମତି ନ କରିବାକୁ ସ୍ଥିର କଲେ।

Gade chapit la Kopi




2 ରାଜାବଳୀ 12:8
4 Referans Kwoze  

ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।”


ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।


“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।


ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।


Swiv nou:

Piblisite


Piblisite