Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ଵଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

3 ଏଥିରେ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ କ୍ରୋଧାନ୍ୱିତ ହେଲେ। ତେଣୁ ସେ ଅରାମର ରାଜା ହସାୟେଲ ଓ ତାଙ୍କର ପୁତ୍ର ବି‌ନ୍‌ହଦଦ୍ ଶାସନର ଅଧୀନରେ ଇସ୍ରାଏଲକୁ ଦିର୍ଘ ସମୟ ପାଇଁ ଦେଲେ।

Gade chapit la Kopi




2 ରାଜାବଳୀ 13:3
16 Referans Kwoze  

ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।


ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”


“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite