Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶ ବର୍ଷରେ ଯାରବୀୟାମ୍‍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

8 ଯିହୁଦାରେ ଅସରିୟଙ୍କର ରାଜତ୍ୱର ଅଠତିରିଶ୍ ବର୍ଷରେ ଯାରବିୟାମଙ୍କ ପୁତ୍ର ଜିଖରିୟ ଶମରିୟାରେ ଇସ୍ରାଏଲ ଉପରେ ଛଅ ମାସ ଶାସନ କଲେ।

Gade chapit la Kopi




2 ରାଜାବଳୀ 15:8
14 Referans Kwoze  

ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।


ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କ ପଦରେ ରାଜା କଲେ।


ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।


ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।


ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।


ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।


ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।


ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।


ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।


ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।


ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”


ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”


Swiv nou:

Piblisite


Piblisite