Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ୱ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜ୍ୟ କରିବାକୁ ଆରମ୍ଭ କଲେ।

Gade chapit la Kopi

ଓଡିଆ ବାଇବେଲ

1 ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ଵ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଇସ୍ରାଏଲରେ ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଯୋଥମଙ୍କ ପୁତ୍ର ଆହସ ଯିହୁଦାରେ ରାଜା ହେଲେ।

Gade chapit la Kopi




2 ରାଜାବଳୀ 16:1
12 Referans Kwoze  

ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।


ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।


ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।


ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।


ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;


ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।


ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,


Swiv nou:

Piblisite


Piblisite