Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍‌ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ଯାଜକ ଉରିୟ ରାଜା ଆହାସ ଦମ୍ମେଶକରୁ ପଠାଇଥିବା ଯଜ୍ଞବେଦିର ନମୁନା ଅନୁସାରେ ଏକ ଯଜ୍ଞବେଦି ନିର୍ମାଣ କଲେ। ଆହସ୍ ଆସିବା ପୂର୍ବରୁ ଯାଜକ ସମସ୍ତ କର୍ମ କଲା।

Gade chapit la Kopi




2 ରାଜାବଳୀ 16:11
17 Referans Kwoze  

ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।


ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।


ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।


ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍‌ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।


ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।


ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।


ଏହିରୂପେ ଊରୀୟ ଯାଜକ ଆହସ୍‌ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।


“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।


ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।


ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।


Swiv nou:

Piblisite


Piblisite