Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ଅରାମର ରାଜା ରତ୍ସୀନ୍ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ; ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ସେତେବେଳେ ଅରାମର ରାଜା ରତ୍‍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ସେତେବେଳେ ଅରାମର ରାଜା ର‌ତ୍‌ସୀନ୍ ଓ ଇସ୍ରାଏଲର ରାଜା ରମଲିୟଙ୍କ ପୁତ୍ର ପେକହ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ। ସେମାନେ ଆହସଙ୍କୁ ଚତୁର୍ଦ୍ଦିଗରେ ଘେରିଗଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।

Gade chapit la Kopi




2 ରାଜାବଳୀ 16:5
10 Referans Kwoze  

ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।


“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।


ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।


ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।


Swiv nou:

Piblisite


Piblisite