Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେଷର ନିକଟକୁ ଦୂତଗଣ ପଠାଇ କହିଲେ, ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ପ୍ରତିକୂଳରେ ଉଠୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ’ ବିରୁଦ୍ଧରେ ଉଠୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

7 ଅଶୂରର ରାଜା ଆହସ୍ ତିଗ୍ଲତ-ପିଲେଷର ନିକଟକୁ ଦୂତ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ମୁଁ ତୁମ୍ଭର ପୁତ୍ର ତୁଲ୍ୟ। ଦୟାକରି ଏଠାକୁ ଆସ ଓ ମୋତେ ଅରାମର ରାଜା ଓ ଇସ୍ରାଏଲର ରାଜାଙ୍କ ଆକ୍ରମଣରୁ ରକ୍ଷା କର।”

Gade chapit la Kopi




2 ରାଜାବଳୀ 16:7
17 Referans Kwoze  

ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।


ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।


ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।


ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”


ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।


କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।


ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।


ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,


ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?


ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।


Swiv nou:

Piblisite


Piblisite