Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

9 ଆହୁରି ଇସ୍ରାଏଲ ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଆଉ ମଧ୍ୟ ଇସ୍ରାଏଲୀୟମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଗୁପ୍ତ ପାପରେ ଲିପ୍ତ ହେଲେ। ପୁଣି ଦୁର୍ଗଠାରୁ ଆରମ୍ଭ କରି ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଚ୍ଚସ୍ଥଳୀମାନ ସେମାନେ ନିର୍ମାଣ କଲେ।

Gade chapit la Kopi




2 ରାଜାବଳୀ 17:9
10 Referans Kwoze  

ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।


ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”


ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;


“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।


ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,


ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।


କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


Swiv nou:

Piblisite


Piblisite