Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର, ହୋଶେୟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଆହସଙ୍କ ପୁତ୍ର ହିଜକିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ।

Gade chapit la Kopi




2 ରାଜାବଳୀ 18:1
12 Referans Kwoze  

ଏଉତ୍ତାରେ ଆହସ୍‌ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।


ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;


ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।


ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।


ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।


ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।


ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।


ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।


ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।


Swiv nou:

Piblisite


Piblisite