Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ହିଜକିୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ଦୃଢ଼ ବିଶ୍ୱାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୂର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିୟଙ୍କ ପରି ନ ଥିଲେ।

Gade chapit la Kopi




2 ରାଜାବଳୀ 18:5
20 Referans Kwoze  

ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।


“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।


ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।


ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।


ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;


ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।


ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”


ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।


ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?


Swiv nou:

Piblisite


Piblisite