Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ନ ହୁଅ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭର ମହାଶୟ ହିଜକିୟଙ୍କୁ ଏହି ସମ୍ବାଦ ଦିଅ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଅଧିକାରୀମାନେ ଆମ୍ଭମାନଙ୍କୁ ନିନ୍ଦା କରିବାର କଥା ତୁମ୍ଭେ ଶୁଣି ଅଛ, ସେ କଥାରେ ଭୀତ ହୁଅ ନାହିଁ।”

Gade chapit la Kopi




2 ରାଜାବଳୀ 19:6
24 Referans Kwoze  

ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”


ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।


ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।


ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।


ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।


ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”


କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।


ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”


ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।


ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।


ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!


“ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;


ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।


ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।


Swiv nou:

Piblisite


Piblisite