Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ଵାରା ତାହାକୁ ନିପାତ କରିବା।

Gade chapit la Kopi

ଓଡିଆ ବାଇବେଲ

7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”

Gade chapit la Kopi

ପବିତ୍ର ବାଇବଲ

7 ଦେଖ, ମୁଁ ତାଙ୍କ ମଧ୍ୟରେ ଏକ ଆତ୍ମା ଦେବି ଓ ସେ ଏକ ଜନରବ ଶୁଣିବ ଏବଂ ତା'ର ଦେଶକୁ ଫେରିଯିବ, ଆଉ ମୁଁ ତାକୁ ତା'ର ନିଜ ଦେଶରେ ‌‌ଖ‌ଡ଼୍‌ଗ ଦ୍ୱାରା ବଧ କରିବି।’”

Gade chapit la Kopi




2 ରାଜାବଳୀ 19:7
17 Referans Kwoze  

ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”


କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”


ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।


ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।


ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;


ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।


ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।


ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।


ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।


ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।


Swiv nou:

Piblisite


Piblisite