Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ଵରରେ କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣଣ! ଏଉତ୍ତାରେ ସେ ତାଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ତ କରି ଚିରିଲେ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।

Gade chapit la Kopi

ପବିତ୍ର ବାଇବଲ

12 ଇଲୀଶାୟ ତାହା ଦେଖି ଉଚ୍ଚ ସ୍ୱରରେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ତା'ପରେ ଇଲୀଶାୟ ଏଲିୟଙ୍କୁ ଆଉ ଦେଖି ପାରିଲେ ନାହିଁ। ଏଣୁ ସେ ଦୁଃଖର ପ୍ରତୀକ ସ୍ୱରୂପ ନିଜର ବସ୍ତ୍ରକୁ ଚିରି ଦୁଇଖଣ୍ତ କରିଦେଲେ।

Gade chapit la Kopi




2 ରାଜାବଳୀ 2:12
28 Referans Kwoze  

ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”


ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।


ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।”


କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।


ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;


ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।


ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।


ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।


ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।


ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।


ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,


ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,


କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।


ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।


ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।


ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”


ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?”


ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।


ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।


Swiv nou:

Piblisite


Piblisite