Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ବୈଥେଲ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ତହୁଁ ସେ କହିଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

Gade chapit la Kopi

ପବିତ୍ର ବାଇବଲ

3 ବୈଥେ‌ଲ୍‌ର ଦଳେ ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣ ନାହିଁ?” ଇଲୀଶାୟ କହିଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ତୁନି ହୁଅ।”

Gade chapit la Kopi




2 ରାଜାବଳୀ 2:3
17 Referans Kwoze  

ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”


ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”


ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।


ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।


ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”


ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।


ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।


ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।


ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;


Swiv nou:

Piblisite


Piblisite