Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ସେ ଉତ୍ତର କଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।

Gade chapit la Kopi

ଓଡିଆ ବାଇବେଲ

5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

Gade chapit la Kopi

ପବିତ୍ର ବାଇବଲ

5 ଯିରୀହୋର ଦଳେ ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, “ତୁମ୍ଭେ କ’ଣ ଜାଣ ନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜି ନେଇଯିବେ?” ଇଲୀଶାୟ ଉତ୍ତର କଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ନୀରବ ହୁଅ।”

Gade chapit la Kopi




2 ରାଜାବଳୀ 2:5
18 Referans Kwoze  

ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”


ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।


ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି।


ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।


ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।


ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;


ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”


କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;


ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।


ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”


ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”


ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।


ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।


Swiv nou:

Piblisite


Piblisite