Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

7 ପୁନଶ୍ଚ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ ପଗ୍ଭଶ୍ ଜଣ ତାଙ୍କର ପଶ୍ଚା‌ତ୍‌ଧାବନ କଲେ। ଏଲିୟ ଓ ଇଲୀଶାୟ ଯର୍ଦ୍ଦନ ନଦୀ ନିକଟକୁ ଯାଇ ଠିଆ ହେଲେ। ଆଉ ସେ ପଗ୍ଭଶ୍ ଲୋକ ସେମାନଙ୍କଠାରୁ ଦୂରରେ ଛିଡ଼ା ହେଲେ।

Gade chapit la Kopi




2 ରାଜାବଳୀ 2:7
12 Referans Kwoze  

ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।


ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।


ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।


ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”


ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”


ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।


ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।


ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;


Swiv nou:

Piblisite


Piblisite