Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ପୂର୍ବରୁ ମାଗ। ତହିଁରେ ଇଲୀଶାୟ କହିଲେ, ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।”

Gade chapit la Kopi

ପବିତ୍ର ବାଇବଲ

9 ନଦୀ ପାରି ହେଲା ପରେ ଏଲିୟ ଇଲୀଶାୟଙ୍କୁ କହିଲେ, “ପରମେଶ୍ୱର ମୋତେ ତୁମ୍ଭଠାରୁ ନେବା ପୂର୍ବରୁ, ମୋ'ଠାରୁ ତୁମ୍ଭେ କ’ଣ ଗ୍ଭହୁଁଛ ମାଗ।” ଇଲୀଶାୟ କହିଲେ, “ମୁଁ ପ୍ରାର୍ଥନା କରେ, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।”

Gade chapit la Kopi




2 ରାଜାବଳୀ 2:9
23 Referans Kwoze  

ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।


ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।


ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।


କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।


ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।


ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।


ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।


Swiv nou:

Piblisite


Piblisite