Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

1 ସେ ସମୟରେ ହିଜକିୟ ଅସୁସ୍ଥ ହେଲେ ଏବଂ ମୃତ୍ୟୁବରଣ କରିବା ଉପରେ ହେଲେ। ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ୟମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚୟ ମରିବ।’”

Gade chapit la Kopi




2 ରାଜାବଳୀ 20:1
15 Referans Kwoze  

ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।


ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।


ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।


ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।


ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”


Swiv nou:

Piblisite


Piblisite