Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ; କାରଣ ସେମାନେ ବିଶ୍ଵସ୍ତ ରୂପେ କାର୍ଯ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

7 ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

7 ସେହି କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା'ର ହିସାବ ରଖାଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।”

Gade chapit la Kopi




2 ରାଜାବଳୀ 22:7
11 Referans Kwoze  

ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।


ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।


ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।


ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।


ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।


ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।


ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”


Swiv nou:

Piblisite


Piblisite